Latest Odisha News

BREAKING NEWS

କୋରାପୁଟରେ ଜଳରଙ୍ଗ ଚିତ୍ରଶିଳ୍ପୀ ଶିବିର ଓ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ

କୋରାପୁଟ : ଓଡ଼ିଶା ଲଳିତ କଳା ଏକାଡେମୀ,ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ଏବଂ କୋରାପୁଟ ଜିଲ୍ଲା ପ୍ରଶାସନ ସହଯୋଗରେ କୋରାପୁଟର ଦେଓମାଳୀଠାରେ ଏକ ରାଜ୍ୟ ସ୍ତରୀୟ ଯୁବ ଚିତ୍ରଶିଳ୍ପୀ ଶିବିର ଆୟୋଜିତ ହୋଇଯାଇଛି ।

ଏହି ଚିତ୍ରକଳା ପ୍ରଦର୍ଶନୀକୁ ପ୍ରଦର୍ଶନୀ କେନ୍ଦ୍ରାଞ୍ଚଳ ତଥା ଦକ୍ଷିଣାଞ୍ଚଳ ଆର. ଡି.ସି. ରଞ୍ଜନ କୁମାର ଦାସ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଏକାଡେମୀର ସଭାପତି ସୁଦର୍ଶନ ପଟ୍ଟନାୟକଙ୍କ ପୌରହିତ୍ୟରେ କୋରାପୁଟ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ୍ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ପ୍ରାରମ୍ଭରେ ଏକାଡେମୀର ସଚିବ ପଞ୍ଚାନନ ସାମଲ ଅତିଥି ମାନଙ୍କୁ ସ୍ଵାଗତ କରିବା ସହିତ ଶିବିର ଆଭିମୁଖ୍ୟ ସମ୍ପର୍କରେ କହିଥିଲ । ଏହି ଅବସରରେ ବରିଷ୍ଠ ଚିତ୍ରଶିଳ୍ପୀ ଗଜେନ୍ଦ୍ର ପ୍ରସାଦ ସାହୁ ଉପସ୍ଥିତ ଥିଲେ ।

ଏହା ସହ ଅପରାହ୍ନରେ କୋରାପୁଟ ସଦର ମହକୁମାରେ ଏକାଡେମୀର ଆଞ୍ଚଳିକ ଆର୍ଟ ଗ୍ୟାଲେରୀଠାରେ ଏକ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ ହୋଇଥିଲା । ସେହି କାର୍ଯ୍ୟକ୍ରମକୁ ଜିଲ୍ଲା ସଂସ୍କୃତି ଅଧିକାରୀ ପ୍ରୀତିସୁଧା ଜେନା ପରିଚାଳନା କରିଥିଲେ । ଏହି ପ୍ରଦର୍ଶନୀ ସର୍ବସାଧାରଣଙ୍କ ପାଇଁ ପ୍ରତ୍ୟହ ଦିନ ୧୧ ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଖୋଲା ରହିବ।

Leave A Reply

Your email address will not be published.