Latest Odisha News

BREAKING NEWS

ସମସ୍ତ ପରିସ୍ଥିତି ପାଇଁ ଆମେ ପ୍ରସ୍ତୁତ: ଗଞ୍ଜାମ ଜିଲ୍ଲାପାଳ

ଗଞ୍ଜାମ: ବଙ୍ଗୋପସାଗରର ପୂର୍ବ-ମଧ୍ୟଭାଗରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ତେବେ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର କରିବାକୁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଥିବା ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ।

ଜିଲ୍ଲାପାଳ ଦେଇଥିବା ସୂଚନା ଅନୁସାରେ, କହିଛନ୍ତି ଯେ, ” ବର୍ତ୍ତମାନ ଗଞ୍ଜାମରେ ଆକାଶ ନିର୍ମଳ ରହିଛି। ତଥାପି ଆମେ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିଛୁ। ଏହାସହ ଆଗାମୀ ସମସ୍ତ ପରିସ୍ଥିତିର ମୁକାବିଲା ପାଇଁ ସମଗ୍ର ପ୍ରଶାସନ ସତର୍କ ରହିଥିବା” ଜିଲ୍ଲାପାଳ କହିଛନ୍ତି।

Comments are closed.