Latest Odisha News

BREAKING NEWS

ପଶ୍ଚିମ ମୁହାଁ ହେଉଛି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଓ୍ବେଲମାର୍କ ଲୋପ୍ରେସର

ଭୁବନେଶ୍ବର : ଧୀରେ ଧୀରେ ପଶ୍ଚିମ ମୁହାଁ ହେଉଛି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଓ୍ବେଲମାର୍କ ଲୋପ୍ରେସର । ଏହାର ପ୍ରଭାବରେ ଉତ୍ତର-ଓଡ଼ିଶା ଏବଂ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟାରେ ଓଡ଼ିଶା ଉପରେ ଲଘୁଚାପର ସର୍ବାଧିକ ପ୍ରଭାବ ସମ୍ଭାବନା ରହିଛି । ବିଶେଷ କରି ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡା ଏବଂ ଢେଙ୍କାନାଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏଥିପାଇଁ ଆସନ୍ତାକାଲି ପର୍ଯ୍ୟନ୍ତ ଗଭୀର ସମୁଦ୍ରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Leave A Reply

Your email address will not be published.