Latest Odisha News

୧୯ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି

ଭୁବନେଶ୍ୱର: ସାରା ରାଜ୍ୟକୁ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଗତକାଲି ଠାରୁ ମୌସୁମୀ ବାୟୁ ସାରା ରାଜ୍ୟକୁ ଛୁଇଁଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ହେବା ସହ ଅନେକ ସ୍ଥାନରେ ବର୍ଷା ହୋଇଛି।  କିଛି ଜିଲ୍ଲାରେ ମୌସୁମୀ ଜନିତ ବର୍ଷା ଜାରି ରହିଛି ବୋଲି ପାଣିପାଗ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।Southwest Monsoon touches Kerala today

BjdElectrycity

ଆଜି ୧୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ ଏହି ସୂଚନା ଦେଇଛନ୍ତି।

ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବମୋଟ୍‌ ୨୧.୩ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୮.୯ ମିମି ତୁଳନାରେ ୧୩୯% ଅଧିକ। ତେବେ ମାଲକାନଗିରିରେ ସ୍ୱାଭାବିକ ବର୍ଷାର ପରିମାଣ ଠାରୁ ୫୯୧% ଅଧିକ ବର୍ଷା  ହୋଇଛି। ଏଠାରେ ୫୨.୮ମିମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବ ବୋଲି ସୂଚନା ମିଳିଛି। ୨୪ଘଣ୍ଟାରେ ଭୁବନେଶ୍ବରରେ ସର୍ବାଧିକ ୯୨.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ସେପଟେ ୨୮ତାରିଖ ବେଳକୁ ବଙ୍ଗେପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୬ଦିନ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ୨୭ତାରିଖରେ ଝାଡଖଣ୍ଡ ସମେତ ଓଡିଶାରେ ଭୀଷଣ ବର୍ଷା ହେବା ହେଇପାରେ।

ଆଜି କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜର  କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ବାଲେଶ୍ୱର, ଭଦ୍ରକ, ‌‌କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲା‌ର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସବୁ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।

Monsoon touches Maharashtra, Odisha, West Bengal; UP still sizzles under heat wave | India News,The Indian Express

ପାଣିପାଗ ବିଭାଗର କହିଛି ଯେ ୨୫ ତାରିଖ ଦିନ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୁବର୍ଣ୍ଣପୁର, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, କଟକ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ନୟାଗଡ଼ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ପାଇଁ ୟେଲୋୱା‌ର୍ଣ୍ଣିଂ ଜାରି କରାଯାଇଛି।

୨୬ ତାରିଖରେ ଅନୁଗୁଳ, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବରଗଡ଼, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେଇପାରେ। ଏଥିପାଇଁ ଏହିସବୁ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ରାଜ୍ୟର ଅବଶିଷ୍ଟ ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ଆଜି ରାଜଧାନୀ ଭୁବନେଶ୍ୱର ତଥା ଏହାର ଆଖପାଖ ଅଞ୍ଚଳର ଆକାଶ ମେଘା‌ଚ୍ଛନ୍ନ ରହିବ। ସର୍ବୋଚ୍ଚ ତାପମାତ୍ରା ୩୨ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୫ଡିଗ୍ରି ମଧ୍ୟରେ ରହିବ ବୋଲି ପାଣିପାଗ ବିଭାଗ କହିଛି।

Odisha: Monsoon touches most parts, to cover rest in 2 days | Sambad English

Leave A Reply

Your email address will not be published.