Latest Odisha News

BREAKING NEWS

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଏହିସବୁ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଭୁବନେଶ୍ବର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜିଠାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

BjdElectrycity

ବିଶେଷ ଭାବରେ ଦକ୍ଷିଣ ଓଡ଼ିଶାର ୪ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେବେ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି ଓ ରାୟଗଡ଼ା ଆଦି ଜିଲ୍ଲାରେ ଅଧିକ ବର୍ଷା ସମ୍ଭାବନା ରହିଛି। ତେଣୁ ଏହିସବୁ ଜିଲ୍ଲାକୁ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ବି ହୋଇପାରେ ବୋଲି ମଧ୍ୟ ପାଣିପାଗ ବୁଲେଟିନ ରେ ପ୍ରକାଶ ।

Leave A Reply

Your email address will not be published.