Latest Odisha News

BREAKING NEWS

ଆସୁଛି ଆଉ ଏକ ପଶ୍ଚିମା ଝଡ଼; ୨୪ ଘଣ୍ଟାରେ ଘଡ଼ଘଡ଼ି ସହ ବର୍ଷା, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସୁଛି ଆଉ ଏକ ପଶ୍ଚିମା ଝଡ଼। ଆଜି ମଧ୍ୟରାତିରୁ ଦେଶର ଉତ୍ତର ପଶ୍ଚିମ ଭାଗରୁ ଏହି ପଶ୍ଚିମା ଝଡ଼ର ପ୍ରଭାବ ଆରମ୍ଭ ହେବାକୁ ଥିବା ବେଳେ ୨୪ ଘଣ୍ଟାରେ ଓଡ଼ିଶାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗି ବିଭାଗ। ଏଥିପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଏହିସବୁ ଜିଲ୍ଲାମାନଙ୍କରେ ଘଡଘଡି ସହ ବର୍ଷା ହୋଇପାରିବେ ବୋଲି ଭୂବନେଶ୍ୱର ଆଞ୍ଚଳିକା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା- କୋରାପୁଟ, ରାୟଗଡ଼ା, ଗଜପତି , ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, କେଉଁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ।

ସେପଟେ ପଶ୍ଚିମା ଝଡ଼ ପ୍ରଭାବରେ ୨୫ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ୨୬ ତାରିଖରେ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୪ ଦିନ ଯାଏ ରାଜ୍ୟରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗୁରୁବାର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି ଓ ବାଲେଶ୍ୱର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

୨୪ରେ ନବରଙ୍ଗପୁର, ନୂଆପଡ଼ା ଓ ବରଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୫ରେ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର ଓ ମୟୂରଭଞ୍ଜରେ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ଆକଳନ କରିଛି। ୨୬ରେ ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି।

ତେବେ ପ୍ରଥମ ପଶ୍ଚିମା ଝଡ଼ ଅପେକ୍ଷା ଦ୍ୱିତୀୟଟିର ପ୍ରଭାବ କମ୍ ରହିପାରେ। ପ୍ରତିବର୍ଷ ଦେଶର ଉତ୍ତର ଭାରତ ଉପରେ ପଶ୍ଚିମା ଝଡ଼ର ପ୍ରଭାବ ପଡ଼ିଥାଏ । ଏହାଦ୍ୱାରା ଆଭ୍ୟନ୍ତରୀଣ ଓ ଉତ୍ତର ଉପକୂଳ ଓଡ଼ିଶାରେ ମଧ୍ୟ କିଛି ମାତ୍ରାରେ ପ୍ରଭାବ ପଡ଼େ ବୋଲି ପାଣିପାଗ ବିଭାଗ କହିଛି। ପଶ୍ଚିମା ଝଡ଼ ସମୟରେ ଜଡିତ ଟ୍ରପ୍‌ ଲାଇନ୍‌ ଦକ୍ଷିଣ ମୁହାଁ ହେଲେ ଓଡ଼ିଶା, ଆନ୍ଧ୍ର ଓ ପଶ୍ଚିମବଙ୍ଗ ଏହାଦ୍ୱାରା ପ୍ରଭାବିତ ହୋଇ ଥାଆନ୍ତି।

ତେବେ ଗତ ସପ୍ତାହରେ ସୃଷ୍ଟି ହୋଇଥିବା ପଶ୍ଚିମାଝଡ଼ରେ ପ୍ରଭାବ ଗତକାଲିଠାରୁ କମିଛି। କିଛି ସ୍ଥାନରେ ଆକାଶ ସାମାନ୍ୟ ମେଘୁଆ ରହିଥିବା ବେଳେ ଅନେକ ସ୍ଥାନରେ ଖରା ଦେବାକୁ ମିଳିଛି। ଦିନ ତାପମାତ୍ରା ୨ ରୁ ୩ ଡିଗ୍ରୀ ସେଲସିୟସ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Leave A Reply

Your email address will not be published.