Latest Odisha News

BREAKING NEWS

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ; ଆଗାମୀ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି । ଆସନ୍ତା ୧୯ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ।

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ରାଜ୍ୟରେ ଏବେବି ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ତେବେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ରାଜ୍ୟରେ ଆହୁରି ୨ଦିନ ବର୍ଷା ଜାରି ରହିବ ।

ଲଗାଣ ବର୍ଷା ଯୋଗୁଁ ଅନେକ ସ୍ଥାନରେ ବନ୍ୟାଭଳି ସ୍ଥିତି ଲାଗି ରହିଛି । ଏହି ବର୍ଷା ଅହୁରି ୨ ଦିନ ହେବ ବୋଲି ସୂଚନା ମିଳିଛି।

ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବଲାଙ୍ଗୀର, ଝାରସୁଗୁଡା, ନୂଆପଡା, କେନ୍ଦୁଝର, ସୁନ୍ଦରଗଡ, ଯାଜପୁର, ମାଲକାନଗିରି ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.