Latest Odisha News

BREAKING NEWS

ଦାନା ବାନ୍ଧୁଛି ଲଘୁଚାପ; ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ବଙ୍ଗୋ‌ପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ୯ ଓ ୧୦ ତାରିଖ ଦିନ ପ୍ରବଳରୁ ଅତି ପ୍ରବଳ ବ‌ର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବନୁମାନ କରିଛି।

ଏହାର ପ୍ରଭାବରେ ବିଶେଷକରି ଦକ୍ଷିଣ ଓଡ଼ିଶାର ଜିଲ୍ଲାମାନଙ୍କରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଅଗଷ୍ଟ ୯ ତାରିଖ ଦିନ କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ ଓ ସୋନପୁରରେ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ନୂଆପଡ଼ା, ନବରଙ୍ଗପୁର, ସମ୍ବଲପୁର, କୋରାପୁଟ, ଗଞ୍ଜାମ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅନ୍ୟପଟେ ଅଗଷ୍ଟ ୧୦ ତାରିଖ ଦିନ ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ଏବଂ କୋରାପୁଟ, ରାୟଗଡ଼ା, ବୌଦ୍ଧ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଛି ।

Leave A Reply

Your email address will not be published.