Latest Odisha News

ଆଜିଠାରୁ ପାଗରେ ପରିବର୍ତ୍ତନ, ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ କଲବଲ ହେଉଛନ୍ତି ରାଜ୍ୟବାସୀ । ଖରାର ପ୍ରକୋପ ଏତେ ମାତ୍ରାରେ ରହୁଛି ଯେ, ସକାଳ ୮.୩୦ ଟା ପରଠାରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି । ତେବେ ଏହା ଭିତରେ ଏକ ଆଶ୍ବସ୍ତି କଲାଭଳି ଖବର ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

BjdElectrycity

ଆଜିଠୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିବା ନେଇ ପୂର୍ବନୁମାନ କରିଛି ପାଣିପାଗ ବିଭାଗ । ଯାହାଫଳରେ ଦିନର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମପାରେ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସହ ଝଡ଼ ତୋଫାନ ହୋଇପାରେ ।

ଆଜି ପାଇଁ କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ପବନ ନେଇ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ଭଦ୍ରକ, ବାଲେଶ୍ୱର, ଗଞ୍ଜାମ, ଗଜପତି, ମୟୁରଭଞ୍ଜ ଏବଂ କନ୍ଧମାଳ । ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି ।

ତେବେ ୭ ତାରିଖରୁ ବର୍ଷାର ପରିମାଣ ବଢିବ । ୮ ତାରିଖରେ ବର୍ଷାର ପରିମାଣ ଆହୁରି ଅଧିକ ରହିବ । ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ବାଦ୍ ଦେଲେ ଅନ୍ୟ ସ୍ଥାନରେ ବଜ୍ରପାତ ଓ ଝଡ଼ ତୋଫାନର ଆଶଙ୍କା ରହିଛି । ଏନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

Leave A Reply

Your email address will not be published.