ଭୁବନେଶ୍ୱର: ପୁଣି ବର୍ଷିବ ଜୋର୍ । ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମେତ ୧୬ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।
ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଥିବା ଲଘୁଚାପ କ୍ଷେତ୍ର ଆଜି ଉତ୍ତର ତେଲେଙ୍ଗାନା ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହା ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବା ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ କିଛି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ ଜଣାଯାଇଛି । ଏହି ୪ଜିଲ୍ଲା ସମେତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଖୋର୍ଧା ଓ ପୁରୀ ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
୧୯ ତାରିଖ ଦିନ ମଧ୍ୟ ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ। ୧୯ ତାରିଖ ଦିନ ରାଜ୍ୟର ୧୯ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଆଦି ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
Comments are closed.