Latest Odisha News

BREAKING NEWS

ମୌସୁମୀ ରାସ୍ତାରେ ବାଧକ ସାଜିଛି ଅନୁକୂଳ ବାତ୍ତାବରଣ; ଆହୁରି ୫ ଦିନ ଭୀଷଣ ଖରା

ଭୁବନେଶ୍ୱର: ଓଡିଶାକୁ ମୌସୁମୀ ଛୁଇଁଛି ହେଲେ ତାତିରୁ ମିଳୁନି ନିସ୍ତାର । ପୂର୍ବ ପରି ଅସହ୍ୟ ଗରମ ଓ ଗୁଳୁଗୁଳି ଲାଗି ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଅନୁକୂଳ ବାତାବରଣ ନଥିବାରୁ ଆଗକୁ ବଢିପାରୁନି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଫଳରେ ରାଜ୍ୟରେ ଆହୁରି ୪ ରୁ ୫ ଦିନ ଯାଏଁ ଉତ୍ତର ସହ ଉପକୂଳ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବ ବୋଲି ସେ ସୂଚନା ଦେଇଛନ୍ତି ।

ବିଶେଷ କରି ଉପକୂଳ ଓଡିଶାରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ । ବାଲେଶ୍ୱର, ନୟାଗଡ଼, ଜଗତସିଂହପୁର, ଖୋର୍ଦ୍ଧା ଜିଲାରେ ଗ୍ରୀଷ୍ମ ପ୍ରବାହ ଲାଗିରହିବ । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର ନୂଆପଡ଼ା, ବଲାଙ୍ଗୀର, ଗଜପତି, ଗଞ୍ଜାମ ଜିଲାରେ ଗ୍ରୀଷ୍ମ ପ୍ରବାହର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି ।

ତେବେ ଗତକାଲି ୨୦ ସହରର ତାପମାତ୍ରା ୪୦ ଡିଗ୍ରୀ ରୁ ଅଧିକ ରହିଥିବାବେଳେ ନୂଆପଡ଼ାରେ ସର୍ବାଧିକ ୪୪ ଡିଗ୍ରୀ ରେକର୍ଡ କରାଯାଇଥିଲା । ସେପଟେ ରାଜ୍ୟରେ ଅଂଶୁଘାତର ମାମଲା ବଢୁଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ ।

ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ପାଇଁ ଆଜି ଓଡିଶାର ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ମଙ୍ଗଳବାର ପଶ୍ଚିମ ଓଡିଶାର ୮ଟି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ ଓ ଉପକୂଳ ଓଡିଶାର ୧୧ ଜିଲ୍ଲାରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ । ଆସନ୍ତାକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.