Latest Odisha News

BREAKING NEWS

Weather Update: ଅସହ୍ୟ ଶୀତରେ ଥରୁଛି ଓଡ଼ିଶା: ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରେକର୍ଡ

ଭୁବନେଶ୍ବର: ଅସହ୍ୟ ଶୀତରେ ଥରୁଛି ଓଡ଼ିଶା । ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି। ସାରା ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଉଛି । ଉପକୂଳରୁ ଉପାନ୍ତ, ଉତ୍ତରରୁ ଦକ୍ଷିଣ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ୧୦ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ୧୫ଡିଗ୍ରୀ ତଳେ ୩୯ଟି ସହର ପାରଦ ରହିଛି ।

କନ୍ଧମାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଅନୁଗୋଳ, କେନ୍ଦୁଝର, ସମ୍ବଲପୁର ଏବଂ ମୟୂରଭଞ୍ଜ ଜିଲାର ବିଭିନ୍ନ ଅଞ୍ଚଳରେ ହାଡ଼ଭଙ୍ଗା ଜାଡ଼ ଅନୁଭୂତ ହେଉଛି । ଚଳିତବର୍ଷ ପ୍ରଥମ ଥର ପାଇଁ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ରେକର୍ଡ । କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ପ୍ରଥମ ଥର ପାଇଁ ୪.୪°ସେଲସିୟସ ରେକର୍ଡ ହୋଇଛି ସର୍ବନିମ୍ନ ରାତ୍ରି ତାପମାତ୍ରା ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଅନୁଗୋଳ, ଝାରସୁଗୁଡ଼ା, ଖୋର୍ଦ୍ଧା ଏବଂ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଶୀତ ପ୍ରକୋପ ଆହୁରି ବଢ଼ିବା ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଶୀତ ଲହରୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି । ପୁଣି ସପ୍ତାହେ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବା ସମ୍ଭାବନା ନାହିଁ ।

Leave A Reply

Your email address will not be published.