Latest Odisha News

BREAKING NEWS

ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା: ୪ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି

ଭୁବନେଶ୍ୱର: ପୁଣି ଥରେ ଓଡ଼ିଶା ଉପରେ ପ୍ରକୃତିର ତାଣ୍ଡବ। ଲଘୁଚାପ ପ୍ରଭାବନରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଏବଂ ବରଗଡ଼ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଆଲର୍ଟ ଜାରି । ଏସବୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

ରାୟଗଡ଼ା, ଗଞ୍ଜାମ, ଗଜପତି ଜିଲ୍ଲାକୁ ଛାଡ଼ି ବାକି ଜିଲ୍ଲା ମାନଙ୍କ ପାଇଁ ଜାରି ହୋଇଛି ୟେଲୋ ଆଲର୍ଟ । ପ୍ରବଳ ବର୍ଷାକୁ ଆଖି ଆଗରେ ରଖି ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପାଣିପାଗ ବିଭାଗର ବୁଲେଟିନ୍ ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସିଷ୍ଟମ୍ ବର୍ତ୍ତମାନ କ୍ରମାଗତ ଭାବେ ପଶ୍ଚିମ ଏବଂ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଧୀରେ ଧୀରେ ଏହା ଓଡ଼ିଶା ଉପକୂଳ ଦେଇ ସ୍ଥଳଭାଗ ଅତିକ୍ରମ କରିବ। ଏହାର ପ୍ରଭାବରେ ରାଜ୍ୟର ପାଣିପାଗ ସମ୍ପୂର୍ଣ୍ଣ ବଦଳିଯାଇଛି।

Leave A Reply

Your email address will not be published.