Latest Odisha News

BREAKING NEWS

ଘୂର୍ଣ୍ଣିବଳୟ ସକ୍ରିୟ: ଆସନ୍ତା ୧୯ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାନୁସାରେ, ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଦେଇଛି। ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଜାରି କରାଯାଇଛି । ଏହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବ ଏବଂ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଅନ୍ୟପଟେ ଆସନ୍ତାକାଲି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୭ତାରିଖରେ ମଧ୍ୟ ସୁନ୍ଦରଗଡ,କେନ୍ଦୁଝର, ବରଗଡ, ଝାରସୁଗୁଡା,ମୟୂରଭଞ୍ଜ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

 

Comments are closed.