Latest Odisha News

ଏହିସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୩ ଘଣ୍ଟା ପାଇଁ ଓଡିଶାର ପାଞ୍ଚଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ଆଇଏମଡି।

ଅପରାହ୍ନ ୫ଟା ୧୫ମି.ରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ନୂଆପଡା ଏବଂ ବଲାଙ୍ଗୀର ଆଦି ଜିଲ୍ଲାର କିଛି ସ୍ଥାନରେ ବଜ୍ରପାତ ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ତେବେ ଲୋକମାନଙ୍କୁ ପାଣିପାଗ ଉପରେ ନଜର ରଖିବା ସହ ବଜ୍ରପାତରୁ ନିଜକୁ ରକ୍ଷା କରିବା ପାଇଁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Comments are closed.