Latest Odisha News

BREAKING NEWS

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୨ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି ।

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଗଞ୍ଜାମ ଓ ପୁରୀ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ସକାଳ ପ୍ରାୟ ୯ଟା ୩୦ମି.ରୁ ଦିନ ୧୨ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଦକ୍ଷିଣ ଓଡିଶାର କିଛି କିଛି ସ୍ଥାନରେ ବର୍ଷା ଆଶଙ୍କା ରହିଛି । ଏପରିକି ଆସନ୍ତା ୧୫ ତାରିଖ ଯାଏଁ ପାଣିପାଗ ବିଭାରଗ ପକ୍ଷରୁ ବିଭିନ୍ନ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ତେବେ ଏହି ସମୟ ମଧ୍ୟରେ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି ।

Leave A Reply

Your email address will not be published.