Latest Odisha News

BREAKING NEWS

Weather Update: କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କତା ଜାରି

ଭୁବନେଶ୍ୱର: ରାଜ୍ୟରେ କିଛିଦିନ ହେବ ଜାରି ରହିଥିବା ଖରା ଓ ଗରମରେ ବ୍ରେକ୍‌ ଲାଗିଛି। କମିବ ଦିନ ତାପମାତ୍ରା, ତାତିରୁ ମିଳିବ ଆଶ୍ଵସ୍ତି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ। ୧୭ ତାରିଖ (ମଙ୍ଗଳବାର) କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରର କିଛି ସ୍ଥାନରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା ରହିଛି।

ସେହିପରି ଆଜି କାଳବୈଶାଖୀକୁ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲା ଗୁଡିକ ହେଉଛି ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, କଳାହାଣ୍ଡି ଓ ଅନୁଗୁଳ। ପୁରୀ ଏବଂ ଜଗତସିଂହପୁର ଜିଲ୍ଲାରେ ଆଗାମୀ କିଛି ଘଣ୍ଟା ମଧ୍ୟରେ ବିଜୁଳି ଘଡଘଡି ସହ ଝଡବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାକୁ ମଧ୍ୟ ୟେଲୋ ଆଲର୍ଟ ଜାରି ହୋଇଛି। ତେଣୁ ସାଧାରଣ ଲୋକଙ୍କୁ ନିରାପଦ ସ୍ଥାନରେ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

୩୦ରୁ ୪୦କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗପୂର୍ବାନୁମାନ କରିଛି। ୨୨ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଲଗାତାର କିଛି ଦିନ ଧରି ତାତିର ତାଉ ଏବେ କମିଛି। ରବିବାର ପାଗରେ ପରିବର୍ତ୍ତନ ହୋଇଛି। ଝଡ଼ବର୍ଷା ଯୋଗୁଁ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି।

୧୮ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଝଡ଼ ବର୍ଷା ହୋଇପାରେ। ୧୯ ତାରିଖରେ ଉତ୍ତର ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ବର୍ଷା ହୋଇପାରେ। ୨୦ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରୁ ବର୍ଷା ଆଶଙ୍କା ଥିବା ପାଣିପାଗବିଭାଗ ଆକଳନ କରିଛି। ସୋମବାର ଜଗତସିଂହପୁର ଓ ପାରାଦୀପରେ ସାମାନ୍ୟ ବର୍ଷା ହୋଇଛି।

Comments are closed.