Latest Odisha News

BREAKING NEWS

୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗାର ଏବଂ ପାଶ୍ୱର୍ବର୍ତ୍ତୀ ସୁମାତ୍ରା ଉପକୂଳ ଅଂଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ବର୍ତ୍ତମାନ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ପାଶ୍ୱବର୍ତ୍ତୀ ଅଂଚଳର ମଧ୍ୟଭାଗ ପର୍ଯ୍ୟନ୍ତ ଲମ୍ବିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ରାଜ୍ୟର ୧୫ଟି ଜିଲ୍ଲରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି ।

ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ କାର‌୍ୟ୍ୟାଳୟ ପକ୍ଷରୁ ରାଜ୍ୟର ୧୩ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି । ଆଞ୍ଚଳିକ ପାଣିପାଗ କାର‌୍ୟ୍ୟାଳୟ ପକ୍ଷରୁ କୁହାଯାଇଛି ଯେ ରାଜ୍ୟର ଆଭ୍ୟନ୍ତର ଓ ଉତ୍ତର ଉପକୂଳ ସମେତ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ବହୁ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବ ।

ବିଶେଷ ଭାବେ ଏହି ସମୟରେ ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର ଓ ବାଲେଶ୍ୱର ପ୍ରମୁଖ ୧୩ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି ।

Leave A Reply

Your email address will not be published.