Latest Odisha News

ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ଜାରି କରାଯାଇଛି ।

ପାଣିପାଗ ପକ୍ଷରୁ ଜାରି ସୂଚନା ଅନୁଯାୟୀ, ଜୁଲାଇ ୮ତାରିଖ ଓ ୯ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷାର ପରିମାଣ କମ୍ ରହିବ।

ଏହାସହ ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବା ନେଇ ଆକଳନ କରାଯାଇଛି। ଜୁଲାଇ ୧୦ତାରିଖ ବେଳକୁ ରାଜ୍ୟରେ ପୁଣି ବର୍ଷା ବଢିବା ନେଇ ପାଣିପାଗ ବିଭାଗ କେନ୍ଦ୍ରର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

Comments are closed.