Latest Odisha News

BREAKING NEWS

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା: ଏହିସବୁ ଜିଲ୍ଲାକୁ ୱାର୍ନିଙ୍ଗ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ଯାଏଁ ପ୍ରବଳ ବର୍ଷା ସମ୍ଭାବନା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଛି ସତର୍କ ସୂଚନା।

୨ ଦିନ ହେବ ଲଘୁଚାପ ଜନିତ ବର୍ଷାର ପରିମାଣ କମ୍ ରହିଥିବା ବେଳେ ଆଗାମୀ ୨୪ ଘଣ୍ଟା ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ଜାରି କରାଯାଇଛି ।

ଆଜିଠାରୁ ପୁଣି ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ସୋମବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯ଼ାଇଛି ।

ଆଗାମୀ ୨୪ ଘଣ୍ଟାରେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ ଓ କେନ୍ଦୁଝରର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Leave A Reply

Your email address will not be published.