Latest Odisha News

BREAKING NEWS

ଆଜିଠାରୁ ଲଘୁଚାପ ବର୍ଷାରେ ଭିଜିବ ସାରା ରାଜ୍ୟ

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗର ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠାରୁ ଏହାର ପ୍ରଭାବରେ ଅନେକ ସ୍ଥାନରରେ ବର୍ଷା ଆରମ୍ଭ ହୋଇଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ରହିଛି । ଏନେଇ ସତର୍କ ରହିବାକୁ ସଂପୃକ୍ତ ଜିଲ୍ଲାଗୁଡ଼ିକ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଅନ୍ୟପଟେ ସ୍ବତନ୍ତ୍ର ରିଲିଫ୍ କମିସନର ପ୍ରଦୀପ କୁମାର ଜେନା ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦେଶ ଦେଇଛନ୍ତି।

ବୁଧବାର ଦିନ ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଉଛି, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବଲାଙ୍ଗୀର, ସୋନପୁର ଓ କେନ୍ଦୁଝର ।

ବିଭାଗ ପକ୍ଷରୁ ଅନୁଗୁଳ, ଦେବଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ମୟୂରଭଞ୍ଜ, ବାଲେଶ୍ବର, ଝାରସୁଗୁଡ଼ା, ବରଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି ଓ କୋରାପୁଟ ଆଦି ଜିଲ୍ଲାରେ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୦ ତାରିଖ ଦିନ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ଏହି ସମୟରେ ପବନର ବେଗ ଅଧିକ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Leave A Reply

Your email address will not be published.