Latest Odisha News

BREAKING NEWS

ଥମିଲା ବର୍ଷା; ଆଜିଠୁ ଶୁଖିଲା ପାଗ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟରେ ଗଲା କିଛି ଦିନ ହେବ ପ୍ରବଳ ବର୍ଷା ଲାଗି ରହିଥିଲା। ତେବେ ଏହି ଲଘୁଚାପ ବଳୟଟି ଏବେ ଦକ୍ଷିଣ-ପଶ୍ଚିମ ମୁହାଁ ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ଆଉ ବିଶେଷ ବର୍ଷା ହେବାର ସମ୍ଭାବନା ନାଥିବା କୁହାଯାଇଛି।

ବିଗତ ୨୪ ଘଣ୍ଟାରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ରେକର୍ଡ କରାଯାଇଛି। କେନ୍ଦୁଝର ଜିଲ୍ଲା ତେଲକୋଇରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ତେବେ ଲଗାଣ ବର୍ଷା ଯୋଗୁଁ ଅନେକ ସ୍ଥାନରେ ଜଳସ୍ତର ବଢିବା ସହ ବନ୍ୟା ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇଛି । ଅନେକ ନଦୀ ଫୁଲିବା ଫଳରେ ବହୁତ ଅଞ୍ଚଳ ଜଳବନ୍ଦୀ ହୋଇ ରହିଛି।

Leave A Reply

Your email address will not be published.