Latest Odisha News

BREAKING NEWS

ଓଡିଶାର ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଓଡିଶାର ନୂଆପଡା, ବରଗଡ, କଳାହାଣ୍ଡି, ବଲାଙ୍ଗୀର, ସମ୍ବଲପୁର, ଦେବଗଡ ଓ ଝାରସୁଗୁଡ଼ା ଭଳି  ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବ‌ରେ ଆଜି  ଏହି ଜିଲ୍ଲାଗୁଡ଼ିକରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହା ବ୍ୟତୀତ ସୋନପୁର, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲା‌ରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ।

ସେହିପରି ମୟୂରଭଞ୍ଜ, ଜଗତସିଂହପୁର, ଯାଜପୁର ଓ ଢେଙ୍କାନାଳରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଲଘୁଚାପ ପ୍ରଭାବ‌ରେ ୨୪ଘଣ୍ଟା ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ଗତି କରି ଅଧିକ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ଯାହା ପ୍ରଭାବରେ ବର୍ଷା ଆଶଙ୍କା ରହିଛି।

ତେବେ ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ଏହା ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି।

Leave A Reply

Your email address will not be published.