Latest Odisha News

ବାତ୍ୟା ନାହିଁ ହେଲେ ପ୍ରବଳ ବର୍ଷିବ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ବାତ୍ୟା ଭୟ ନାହିଁ । ହେଲେ ପ୍ରବଳ ବର୍ଷିବା ଆଶଙ୍କା ରହିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ବିଶେଷକରି ଓଡ଼ିଶା, ଆନ୍ଧ୍ର ପ୍ରଭୃତି ରାଜ୍ୟରେ ବାତ୍ୟା ଆଶଙ୍କା ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିଛି ।

ଆସନ୍ତା ୫ ଦିନ ପର‌୍ୟ୍ୟନ୍ତ ଓଡ଼ିଶାର କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗିରହିବ । ଏପରିକି କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସହ ବଜ୍ରପାତ ହେବାର ଆଶଙ୍କା ରହିଛି । ଏହା ସହିତ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି ।

ଏହାକୁ ଦୃଷ୍ଟିରେ ରାଜ୍ୟର ୮ ଟି ଜିଲ୍ଲା ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର ଏବଂ ମୟୂରଭଞ୍ଜରେ ୟେଲୋ ଓ୍ୱାର୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ପର‌୍ୟ୍ୟନ୍ତ ଭୁବନେଶ୍ୱରର ଆକାଶ ମେଘୁଆ ରହିବା ସହ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି ।

Leave A Reply

Your email address will not be published.