Latest Odisha News

BREAKING NEWS

ପାଣିପାଗ ବିଭାଗର ସତର୍କ ସୂଚନା; ରାଜ୍ୟର ୬ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା 

ଭୁବନେଶ୍ୱର: ରାଜ୍ୟରେ ୬ ଜିଲ୍ଲାରେ ଘନ କୁହୁଡ଼ିର ସମ୍ଭାବନା, ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ,ଆଜିଠାରୁ ଦୁଇଦିନ ପାଇଁ ରାଜ୍ୟର ୬ଟି ଜିଲ୍ଲାରେ ସକାଳୁ ସକାଳୁ ଘନ କୁହୁଡ଼ି ପଡ଼ିବ। ଏହି ସବୁ ଜିଲ୍ଲାରେ ସତର୍କତାମୂଳକ ପଦକ୍ଷେପ ନେବାକୁ ସ୍ବତନ୍ତ୍ର ରିଲିଫ କମିସନର (ଏସ୍‌ଆର୍‌ସି) ସମ୍ପୃକ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି। କୁହୁଡ଼ି ସମୟରେ ଜାତୀୟ ଓ ରାଜ୍ୟ ରାଜପଥଗୁଡ଼ିକରେ ଯେପରି ଗାଡ଼ି ଚଳାଚଳ ନିୟନ୍ତ୍ରଣ ରହିବ, ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ଦେଇଥିବା ସୂଚନାନୁସାରେ, ଦୁଇ ଦିନ ପରେ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ବଢ଼ିବ  ।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଜାନୁଆରି ୩ ତାରିଖ ସକାଳେ ଅନୁଗୁଳ, କଟକ, ଜଗତସିଂହପୁର, ଭଦ୍ରକ ଏବଂ କନ୍ଧମାଳ ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ସେହିପରି ୪ ତାରିଖରେ ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କନ୍ଧମାଳ ଜିଲ୍ଲାରେ କୁହୁଡ଼ି ସ୍ଥିତି ଜାରି ରହିବ ବୋଲି ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Leave A Reply

Your email address will not be published.