Latest Odisha News

BREAKING NEWS

୧୯ରେ ଆଉ ଏକ ଲଘୁଚାପ ସମ୍ଭାବନା: ଆଜିଠୁ ବଢିବ ବର୍ଷାର ପରିମାଣ

ଭୁବନେଶ୍ବର: ଜୁନ ୧୯ରର ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ଅନୁଯାୟୀ ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବୁଧବାର ଠାରୁ ବର୍ଷାର ପରିମାଣ ବଢିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ଆହୁରି ମଧ୍ୟ ବର୍ଷାର ପରିମାଣ ଗୁରୁବାର ଠାରୁ ଆହୁରି ବୃଦ୍ଧି ପାଇବ ବୋଲି କୁହାଯାଇଛି। ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ। ୨୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଜାରି ରହିବାକୁ ଥିବାରୁ ଅର୍ଧାଧିକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ମୌସୁମୀ ସକ୍ରିୟ ରହିଥିବାରୁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ‌ବହିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଛି ।

Leave A Reply

Your email address will not be published.