Latest Odisha News

BREAKING NEWS

ରାଜ୍ୟର ଏହି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଭିଜୁଛି ସାରା ଓଡ଼ିଶା। ଗତ ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି।

ପାଣିପାଗ ବିଭାଗର ପୂର୍ବନୁମାନ ଅନୁସାରେ, ଆସନ୍ତା ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନାକୁ ଏଡାଇ ଦିଆଯାଇନପାରେ। ଏନି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ କମିସନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ସତର୍କ କରାଇଛନ୍ତି।

ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଗୁରୁବାର ପୂର୍ବାହ୍ନ ସୁଦ୍ଧା ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ଅନୁଗୁଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ। ତଳିଆ ଅଞ୍ଚଳ ସବୁରେ ବର୍ଷା ଜଳ ଜମିବାର ମଧ୍ୟ ଆଶଙ୍କା ରହିଛି। ପରିସ୍ଥିତିରେ ଦୃଷ୍ଟିରେ ରଖି ଉକ୍ତ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ ସମ୍ଭାବ୍ୟ ଜଳବନ୍ଦୀ ସମସ୍ୟାର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଜିଲ୍ଲା ପ୍ରଶାସନକୁ ପରାମର୍ଶ ଦିଆଯାଇଛି।

ଅନ୍ୟପଟେ ପ୍ରବଳ ବର୍ଷାର ସମ୍ଭାବନା ଥିବା ନେଇ କଳାହାଣ୍ଡି, ନବରଙ୍ଗପୁର, କଟକ, ଢେଙ୍କାନାଳ, ଖୋର୍ଧା, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତ୍‌ସିଂହପୁର, କେନ୍ଦୁଝର ଓ ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.