Latest Odisha News

BREAKING NEWS

ରାଜ୍ୟର ୭ ଟି ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା; ବିଭାଗ ପକ୍ଷରୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର ୭ଟି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପନିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କଟକ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ କନ୍ଧମାଳ ଜିଲ୍ଲାକୁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବିଶେଷ କରି ଗାଡିମୋଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରିବାକୁ କେନ୍ଦ୍ର ପକ୍ଷରୁ ସତର୍କ କରାଇ ଦିଆଯାଇଛି। ଆଜି ରାଜ୍ୟର ଉପକୂଳ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ଦେଖାଯାଇଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିଥିଲା।

ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ଦେଇଥିବା ସୂଚନାନୁସାରେ, କଟକ ଓ ଯାଜପୁରରେ ଶୁକ୍ରବାର ଭୋରରୁ ଘନ କୁହୁଡ଼ି ଦେଖା‌ଯାଇଥିବା ବେଳେ ଖୋର୍ଧା, ନୟାଗଡ଼ ଓ ପୁରୀଠାରେ ହାଲ୍‌କା କୁହୁଡ଼ି ପଡ଼ିଥିଲା।

ଅନ୍ୟପଟେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୀତ ବଢ଼ିବାର ସମ୍ଭାବନା ନଥିବା ବେଳେ ୨୩ ତାରିଖ ପରେ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ୪ରୁ ୫ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ଘଟିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।

Leave A Reply

Your email address will not be published.