Latest Odisha News

BREAKING NEWS

ବର୍ଷା ସହ ବଜ୍ରପାତ ସମ୍ଭାବନା, ୧୧ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ । ଏଥିସହ କେତେକ ସ୍ଥାନରେ ବଜ୍ରପାତ ହେବା ମଧ୍ୟ ସମ୍ଭାବନା ରହିଛି । ଏନେଇ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

ଏଥିପାଇଁ ରାଜ୍ୟର ୧୧ଟି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କଟକ, ପୁରୀ, ରାୟଗଡା, ଗଜପତି, କନ୍ଧମାଳ, କଳାହାଣ୍ଡି, କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ପାଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଚଂଳରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ସମୁଦ୍ର ପତନ ଠାରୁ ଟ୍ରପୋସ୍ପିୟରର ମଧ୍ୟ ଭାଗ ପର୍ଯ୍ୟନ୍ତ ଲମ୍ବିଛି । ମେ’ ୭ ତାରିଖ ପାଖାପାଖି ଏହି ଲଘୁଚାପ ବଳୟ ଘନୀଭୂତ ହୋଇ ୱେଲ ମାର୍କ ଲୋ ପ୍ରେସରରେ ପରିଣତ ହେବା ସମ୍ଭାବନା ରହଛି । ଏହା ଅବପାତର ରୂପ ନେଇପାରେ । ଏହି ଲଘୁଚାପ ବଳୟ ୭ ତାରିଖ ଯାଏଁ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Leave A Reply

Your email address will not be published.