Latest Odisha News

BREAKING NEWS

୬ରେ ଲଘୁଚାପ, ଓଡ଼ିଶା ଉପରେ ପଡିବନି ପ୍ରଭାବ !

ଭୁବନେଶ୍ୱର: ଆସନ୍ତା ୬ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଥାଇଲାଣ୍ଡରେ ମଧ୍ୟ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ। କିନ୍ତୁ ଓଡ଼ିଶା ଉପରେ ଏହାର ପ୍ରଭାବ ରହିବନି। ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି।

ଅକ୍ଟୋବର ୨ ତାରିଖରେ ପଶ୍ଚିମବଙ୍ଗର ଉତ୍ତରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପରବର୍ତ୍ତୀ ତିନିଦିନରେ ବାଂଲାଦେଶ ଓ ଉତ୍ତର ପୂର୍ବ ଭାରତରେ ବର୍ଷା ସମ୍ଭାବନା ଅଛି। ଅକ୍ଟୋବର ୬ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାକୁ ମୁହାଁଇ ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରରେ ବର୍ଷା କରାଇପାରେ। ତେବେ ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡିବ ନାହିଁ।

ଅକ୍ଟୋବର ୬ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଥାଇଲାଣ୍ଡ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ପୂର୍ବ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବ। ଫଳରେ ତାମିଲନାଡୁରେ ବର୍ଷା ହେବ ବୋଲି ପ୍ରାଥମିକ ଆକଳନ କରାଯାଇି। ତେବେ ଏହା ବିଶେଷ ଘନୀଭୂତ ହେବନି। ଓଡ଼ିଶାରେ ବିଶେଷ ବର୍ଷା ନାହିଁ। ଧାନ କ୍ଷେତରେ ପାଣି ବାନ୍ଧି ରଖନ୍ତୁ। ଓଦା ମାଟିରେ ଶୀଘ୍ର ରବି ଫସଲ ଲଗାନ୍ତୁ ବୋଲି ପାଣିପାଗ ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି।

 

Comments are closed.