Latest Odisha News

BREAKING NEWS

ଘନ କୁହୁଡି ଓ ଶୀତରେ କଲବଲ ସାରା ରାଜ୍ୟ, ୮ ଜିଲ୍ଲାକୁ ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ସକାଳୁ ସକାଳୁ ଘନ କୁହୁଡିରେ ଆଚ୍ଛାଦିତ ରହୁଛି ସମଗ୍ର ରାଜ୍ୟ । ତା ସାଙ୍ଗକୁ ପୁଣି ଥଣ୍ଡା ପବନ ଯାହା ଶୀତକୁ ଆହୁରି ଦ୍ବିଗୁଣିତ କରୁଛି । କୁହୁଡି ଯୋଗୁ ଦୃଶ୍ୟମାନ ଦୂରତା ବେଶ କମ ରହୁଛି । ଫଳରେ ଗାଡି ମୋଟର ଚଳାଚଳରେ ନାହିଁ ନଥିବାର ଅସୁବିଧା ସମ୍ମୁଖୀନ ହେଉଛନ୍ତି ଲୋକେ । ଯେଉଁ କାରଣରୁ ଅନେକ ସମୟରେ ଦୁର୍ଘଟଣା ଘଟୁଥିବା ଦେଖିବାକୁ ମିଳୁଛି ।

ରାଜ୍ୟରେ ଘନ କୁହୁଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଉପକୂଳ ଜିଲ୍ଲା ସମେତ ପାଶ୍ୱବର୍ତ୍ତୀ ଜିଲ୍ଲାଗୁଡିକରେ ଘନ କୁହୁଡି ଦୃଶ୍ୟମାନ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାକୁ ଦୃଷ୍ଟିରେ ରଖି ୮ ଜିଲ୍ଲାକୁ ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଅନ୍ୟପଟେ ପଶ୍ଚିମାଝଡ ଓ ଗୁରୁଚାପ ବଳୟର ପ୍ରଭାବରେ ଆସନ୍ତା ୧ ଓ ୨ ତାରିଖରେ ଉତ୍ତର ଓଡିଶାର କେତେକ ଜିଲ୍ଲାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଫେବୃଆରି ୧ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ସେହିପରି ୨ ତାରିଖରେ ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, ସୁନ୍ଦରଗଡ, କେନ୍ଦୁଝର, ଭଦ୍ରକ, ଯାଜପୁର, ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଘନକୁହୁଡି ଯୋଗୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.