Latest Odisha News

BREAKING NEWS

ଆଜିଠୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ; ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ସାଇକ୍ଲୋନିକ ସର୍କୁଲେସନ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆଜିଠାରୁ ବର୍ଷା ସମ୍ଭାବନା ରହିଥିବା ପଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି ହୋଇଛି । ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବା କାରଣରୁ ମତ୍ସ୍ୟଜୀବିମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି ।

ସୃଷ୍ଟ ଲଘୁଚାପ ଯୋଗୁଁ ଏହି ୭ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଉଛି ମାଲକାନଗିରି, କୋରାପୁଟ,ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା । ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା,କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଏହାସହ ୨୧ ତାରିଖରେ ଦେବଗଡ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବରଗଡ଼, ଅନୁଗୁଳ, ବଲାଙ୍ଗୀର, ନୂଆପଡ଼ା, ସୋନପୁର ଓ ସମ୍ବଲପୁର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବିଭାଗ ପକ୍ଷରୁ ସତର୍କ କରାଯାଇଛି । ସେହିପରି ୨୨ ତାରିଖରେ ମଧ୍ୟ ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.