ଯାଜପୁର: ଯାଜପୁର ଜିଲ୍ଲାରେ ଜାରି ରହିଛି ସାପ୍ତାହିକ ସଟଡାଉନ କଟକଣା। ଜୁଲାଇ ମାସର ପ୍ରଥମ ସପ୍ତାହରେ ଏହି ସଟଡାଉନ କଟକଣାକୁ କଡାକଡି ଭାବେ ପାଳନ କରାଯାଉଛି । ଜିଲ୍ଲାର ୧୦ ଟି ବ୍ଲକ୍ ଓ ୨ ଟି ପୌରାଞ୍ଚଳ ସମେତ କଳିଙ୍ଗନଗର ଶିଳ୍ପାଞ୍ଚଳରେ ସମସ୍ତ ଦୋକାନ ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିଛି। ପ୍ରାୟ ସବୁ ଛକ ଜାଗା ମାନଙ୍କରେ ପୋଲିସ୍ ମୁତୟନ ରହିଛନ୍ତି । ପୋଲିସ୍ ଅଧିକାରୀ ଓ କର୍ମଚାରୀ ମାନଙ୍କ ଦ୍ବାରା ଚେକିଂ ଓ ବ୍ଲକିଂକୁ କଡାକଡି କରାଯାଇଛି । ଅତ୍ୟାବଶ୍ୟକ ସେବା ବ୍ୟତୀତ ସାଧାରଣ ଭାବେ ଯାନବାହାନ ଚଳାଚଳ ବନ୍ଦ ରହିଛି । ସେହିପରି ସମସ୍ତ ଜାଗାରେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି । ଫଳରେ ସହର ବଜାର, ରାସ୍ତାଘାଟ ଖାଁ ଖାଁ ଲାଗୁଛି । ସେପଟେ ଜିଲ୍ଲାରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଉଭୟ ଜିଲ୍ଲା ପ୍ରଶାସନ ତଥା ଜିଲ୍ଲାବାସୀଙ୍କ ପାଇଁ ଏହା ମୁଣ୍ଡବ୍ୟଥାର କାରଣ ହୋଇଛି । ଆଜି ମଧ୍ୟ ଜିଲ୍ଲାରେ ୨୫ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ବର୍ତ୍ତମାନ୍ ସୁଦ୍ଧା ମୋଟ୍ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୫୬୬ ରେ ପହଞ୍ଚିଛି । ସେପଟେ ଜିଲ୍ଲାର ୩୯୯ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ବର୍ତ୍ତମାନ୍ ୧୬୭ ଟି ଆକ୍ଟିଭ କେସ ରହିଛି। ତେଣେ ଗତ ଦେଢମାସ ମଧ୍ୟରେ ୨୫ ହଜାରରୁ ଉର୍ଦ୍ଧ ପ୍ରବାସୀ ଜିଲ୍ଲାକୁ ପ୍ରତ୍ୟାବର୍ତ୍ତନ କରିଥିବା ଜଣାପଡିଛି।
BREAKING NEWS
- ସିବିଆଇ ଅଫିସରେ ଥାଲାପତି ବିଜୟ…
- ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡ଼ିବ ଭିତ୍ତିପ୍ରସ୍ତର
- ଭାରତ-ବାଂଲାଦେଶ ବିବାଦରେ ପାକିସ୍ତାନର ଏଂଟ୍ରି
- Vande Mataram: ସମସ୍ତ ଶିକ୍ଷାନୁଷ୍ଠାନରେ ସାମୂହିକ ବନ୍ଦେ ମାତରମ୍ ଗାନ କଲେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ
- ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜର ବାକିତକ ମ୍ୟାଚରୁ ଓହରିଲେ ୱାଶିଂଟନ ସୁନ୍ଦର
- ସଫଳ ହେବ କି PSLV ମିଶନ ? ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା ରକେଟ୍
- ଇରାନ ଉତ୍ତେଜନା: ୫୩୮ଜଣଙ୍କ ମୃତ୍ୟୁ, ୧୦ ହଜାରରୁ ଊର୍ଦ୍ଧ୍ୱ ଗିରଫ
- Golden Globe Awards 2026: ଓୱେନ୍ କୁପର୍ଙ୍କୁ ଗୋଲ୍ଡେନ୍ ଗ୍ଲୋବ୍ ପୁରସ୍କାର
- ସୋଲାନରେ ଅଗ୍ନିକାଣ୍ଡ: ଶିଶୁ ମୃତ, ୯ ଆହତ
- ‘ମୁଁ ହେଇଥିଲେ, ଇରାନୀ ନେତାଙ୍କୁ ହତ୍ୟା କରିଥାନ୍ତି,’ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଖାମେନେଇଙ୍କୁ ଦେଲେ ଆଶ୍ଚର୍ଯ୍ୟଜନକ ଧମକ…
Comments are closed.