ବର୍ମିଂହାମ: ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତୀୟ ୱେଟଲିଫ୍ଟରଙ୍କ ପ୍ରଭାବୀ ପ୍ରଦର୍ଶନ ଜାରୀ ରହିଛି । ବୁଧବାର ପୁରୁଷ ୧୦୯ କେଜି ବିଭାଗରେ ଲଭପ୍ରୀତ ସିଂ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ସେ ସ୍ନାଚରେ ୧୬୩ କେଜି ଓ କ୍ଲିନ ଆଣ୍ଡ ଜର୍କରେ ୧୯୨ କେଜି ସହ ଓଭରାଲ ୩୫୫ କେଜି ଭାର ଉଠାଇଥିଲେ । ସେ କ୍ଲିନ ଆଣ୍ଡ ଜର୍କରେ ଜାତୀୟ ରେକର୍ଡ ଭଙ୍ଗ କରିଥିଲେ । କାମେରୁନର ଜୁନିୟର ପର୍ସିକ୍ଲେକ୍ସ ଗାଜା ୟାବେୟୁ ୩୬୧ କେଜି ଭାର ଉଠାଇ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ବେଳେ ସାମୋଆର ଜ୍ୟାକ ହିଟଲିଆ ୩୫୮ କେଜି ସହ ରୌପ୍ୟ ପଦକ ଜିତିଛନ୍ତି । ଭାରତର ୧୪ ପଦକ ସହ ତାଲିକାରେ ଷଷ୍ଠ ସ୍ଥାନରେ ରହିଛି । ଏଥିରେ ୫ ସ୍ୱର୍ଣ୍ଣ, ୫ ରୌପ୍ୟ ଓ ୪ ବ୍ରୋଞ୍ଜ ସାମିଲ । ଲଭପ୍ରୀତ ଆରମ୍ଭରୁ ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ବାଜି ମାରିଥିଲେ ୟାବେୟୁ ।
BREAKING NEWS
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
Comments are closed.