ବର୍ମିଂହାମ: ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତୀୟ ୱେଟଲିଫ୍ଟରଙ୍କ ପ୍ରଭାବୀ ପ୍ରଦର୍ଶନ ଜାରୀ ରହିଛି । ବୁଧବାର ପୁରୁଷ ୧୦୯ କେଜି ବିଭାଗରେ ଲଭପ୍ରୀତ ସିଂ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ସେ ସ୍ନାଚରେ ୧୬୩ କେଜି ଓ କ୍ଲିନ ଆଣ୍ଡ ଜର୍କରେ ୧୯୨ କେଜି ସହ ଓଭରାଲ ୩୫୫ କେଜି ଭାର ଉଠାଇଥିଲେ । ସେ କ୍ଲିନ ଆଣ୍ଡ ଜର୍କରେ ଜାତୀୟ ରେକର୍ଡ ଭଙ୍ଗ କରିଥିଲେ । କାମେରୁନର ଜୁନିୟର ପର୍ସିକ୍ଲେକ୍ସ ଗାଜା ୟାବେୟୁ ୩୬୧ କେଜି ଭାର ଉଠାଇ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ବେଳେ ସାମୋଆର ଜ୍ୟାକ ହିଟଲିଆ ୩୫୮ କେଜି ସହ ରୌପ୍ୟ ପଦକ ଜିତିଛନ୍ତି । ଭାରତର ୧୪ ପଦକ ସହ ତାଲିକାରେ ଷଷ୍ଠ ସ୍ଥାନରେ ରହିଛି । ଏଥିରେ ୫ ସ୍ୱର୍ଣ୍ଣ, ୫ ରୌପ୍ୟ ଓ ୪ ବ୍ରୋଞ୍ଜ ସାମିଲ । ଲଭପ୍ରୀତ ଆରମ୍ଭରୁ ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ବାଜି ମାରିଥିଲେ ୟାବେୟୁ ।
BREAKING NEWS
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ

Comments are closed.