Latest Odisha News

BREAKING NEWS

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ଆଜି ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ତଥା ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଲଘୁଚାପ ଓ୍ୱେଲ୍ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଓଡ଼ିଶା ଜିଲ୍ଲାରେ ବର୍ଷା ପରିମାଣ ଅଧିକ ରହିବ ।

ଆଜି ପାଇଁ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ଅରେଞ୍ଜ ଓ୍ୱାର୍ଣ୍ଣିଂ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଅଧିକ ବର୍ଷା ହେଲେ ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ହୋଇପାରେ ।

ସେହିପରି ଆଉ ୧୫ ଜିଲ୍ଲାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ବି ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଅଧିକାଂଶ ସ୍ଥାନରେ ମେଘୁଆ ରହିବ ପାଗ । ୩୦ ତାରିଖ ଯାଏ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Leave A Reply

Your email address will not be published.