Latest Odisha News

BREAKING NEWS

ଲଘୁଚାପ ସକ୍ରିୟ, ପ୍ରବଳ ବର୍ଷାରେ ୩୦ ତାରିଖ ଯାଏ ଭିଜିବ ଓଡ଼ିଶା

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟରେ ଆଗାମୀ ୫ ଦିନ ଯାଏ ପ୍ରବଳ ବର୍ଷା ହେବ । ଏନେଇ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଥିବାବେଳେ ପ୍ରବଳ ବର୍ଷା ନେଇ ନୂଆପଡ଼ା, ଗଜପତି, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର ଓ ବଲାଙ୍ଗିର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆ ଯାଇଛି ।

ଆସନ୍ତାକାଲି ୨୭ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର ଓ ବରଗଡ଼କୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଦିଆଯାଇଛି । ସେହିଭଳି ୨୮ ତାରିଖରେ ନବରଙ୍ଗପୁର, ନୂଆପଡ଼ା, କେନ୍ଦୁଝର, ବରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ରହିଛି ।

୨୯ ତାରିଖରେ ପ୍ରବଳ ବର୍ଷା ନେଇ କଳାହାଣ୍ଡି, ବଲାଙ୍ଗିର, ଦେବଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ୩୦ ତାରିଖରେ ଝାରସୁଗୁ଼ଡ଼ା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ବଲାଙ୍ଗିର, ସୋନପୁର, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ରହିଛି ।

Leave A Reply

Your email address will not be published.