Latest Odisha News

BREAKING NEWS

ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଲଘୁଚାପରେ ପରିଣତ, ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଲଘୁଚାପରେ ପରିଣତ ହୋଇଛି। ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏବେ ଏହି ଲଘୁଚାପ ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣ-ପୂର୍ବ ଦିଗରେ ୧୦ କି.ମି. ଏବଂ ଓଡିଶାର ବାଲେଶ୍ୱର ଜିଲ୍ଲାରୁ ପୂର୍ବ-ଉତ୍ତର-ପୂର୍ବ ଦିଗରେ ୯୦ କି.ମି. ଦୂରରେ କେନ୍ଦ୍ରୀଭୂତ ରହିଛି।

ରବିବାର ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) କହିଛି ଯେ ଏହି ଲଘୁଚାପ ଆସନ୍ତା ୬ଘଣ୍ଟା ମଧ୍ୟରେ ଦିଘା ନିକଟରେ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଆଗାମୀ ୨୪ ଘଣ୍ଟା ପାଇଁ ଏହାର ତୀବ୍ରତା ବଜାୟ ରହିବ। ତେଣୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ଟ୍ୱିଟ୍ କରି କହିଛି, ସୁଦୃଶଃ ଲଘୁଚାପ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପକୂଳରେ ଏକ ଅବପାତରେ ପରିଣତ ହୋଇଛି ବର୍ତ୍ତମାନ ଏହା ଦିଘାରୁ ଦକ୍ଷିଣ-ପୂର୍ବ ଦିଗରେ ୧୦ କିମି ଏବଂ ବାଲେଶ୍ୱର ଠାରୁ ପୂର୍ବ-ଉତ୍ତର-ପୂର୍ବ ଦିଗରେ ୯୦ କିମି ଦୂରରେ କେନ୍ଦ୍ରୀଭୂତ ଅଛି।

ଆଗାମୀ ୬ ଘଣ୍ଟା ମଧ୍ୟରେ ଏହି ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦିଘା ନିକଟରେ ପଶ୍ଚିମ-ବଙ୍ଗ ଉପକୂଳକୁ ଅତିକ୍ରମ ସହ ଆଗାମୀ ୨୪ ଘଣ୍ଟା ଯାଏଁ ନିଜର ତୀବ୍ରତା ବଜାୟ ରଖିବାର ସମ୍ଭାବନା ରହିଛି।

ଏବେ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି। ବିଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଭାଗରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରେ ନଦୀ ଗୁଡିକରେ ଜଳସ୍ତର ବୃଦ୍ଧି ହୋଇଛି।

ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ଆଜିଠୁ ଆସନ୍ତାକାଲି ସକାଳ ଯାଏ ୧୦ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୧ଟି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ହେବା ଆଶଙ୍କା କରି ୯ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଜପତି ଓ ଗଞ୍ଜାମ ଜିଲ୍ଲା ୟେଲୋ ଜୋନରେ ରହିଛନ୍ତି।

ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ଜିଲ୍ଲା

ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ବରଗଡ଼, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, ସୋନପୁର। ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲା।

Leave A Reply

Your email address will not be published.