Latest Odisha News

BREAKING NEWS

ଓ୍ବେଲମାର୍କ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ବର : ଓ୍ବେଲମାର୍କ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୨୪ ଘଣ୍ଟା ପାଇଁ ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବରକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହାସହ ୯ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ସମ୍ବଲପୁର, ଯାଜପୁର,ଭଦ୍ରକ, କେନ୍ଦ୍ରାପଡା, ଢେଙ୍କାନାଳ ଓ କଟକ । ଲଘୁଚାପ ଯୋଗୁଁ ଅଗଷ୍ଟ ୧ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବହିବ ପବନ । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

Leave A Reply

Your email address will not be published.