Latest Odisha News

BREAKING NEWS

ଦୁର୍ବଳ ହେଉଛି ଲଘୁଚାପ, ୬ରୁ ଘଡ଼ଘଡ଼ି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉତ୍ତର ଛତିଶଗଡ଼ ଓ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ସୁଦୃଶ ଲଘୁଚାପ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଅନ୍ୟପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ସକ୍ରିୟ ରହିଛି । ଆଜି ଓ ଆସନ୍ତକାଲି ଓଡ଼ିଶାରେ ବର୍ଷା ଘଡ଼ଘଡ଼ି ନେଇ କୌଣସି ଚେତାବନୀ ଦେଇ ନାହିଁ ପାଣିପାଗ ବିଭାଗ । ତଥାପି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।

୬ରୁ ୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ହୋଇପାରେ । ଏନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୬ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଘଡ଼ଘଡ଼ି ବର୍ଷା ନେଇ ପାଣିପାଗ ବିଭାଗ ଜାରି କରିଛି ୟେଲୋ ଆଲର୍ଟ ।

୭ ତାରିଖରେ ଘଡ଼ଘଡ଼ି ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା ଓ ପୁରୀକୁ ୟେଲୋ ୱାର୍ଣ୍ଣିଂ ରହିଛି । ସେହିଭଳି ୮ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି ।

Leave A Reply

Your email address will not be published.