ଭୁବନେଶ୍ୱର: ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା । ଆସନ୍ତା ୧୬ ତାରିଖରୁ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ନୂଆପଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହ ସୂଚନା ଦିଆଯାଇଛି ।
ଆସନ୍ତା ଦୁଇ ଦିନ ପାଗ ଶୁଖିଲା ରହିବ । କିଛି ସ୍ଥାନରେ କୁହୁଡ଼ି ହୋଇପାରେ । ଆସନ୍ତାକାଲିଠୁ ବଢ଼ିବ ରାତିର ତାପମାତ୍ରା । ରାଜ୍ୟରେ ୩ରୁ ୪ ଡିଗ୍ରୀ ସେଲସିୟସ୍ ଯାଏ ରାତିର ତାପମାତ୍ରା ବୃଦ୍ଧି ସମ୍ଭାବନା ରହିଛି । ୧୫ ତାରିଖ ଯାଏ ରାଜ୍ୟରେ ମୁଖ୍ୟତଃ ପାଗ ଶୁଖିଲା ରହିବ ।
ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳ, ଉତ୍ତର ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ରାତି ତାପମାତ୍ରା ହ୍ରାସ ପାଇଛି। ଫଳରେ ରାଜ୍ୟରେ ଶୀତ ବଢ଼ିଛି। ଗତ ୨୪ ଘଣ୍ଟାରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନ, ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ରାତିର ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକଠାରୁ କମ୍ ରହିଥିଲା।
Comments are closed.