ସମ୍ୱଲପୁର : ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଲାଗି ଧାର୍ଯ୍ୟ ହେଲା ଲଗ୍ନ । ସେପ୍ଟେମ୍ବର ୧୧ ତାରିଖ ପଞ୍ଚମୀ ତିଥିରେ ସକାଳ ୧୦ଟା ୧୫ରୁ ୧୦ଟା ୨୫ ମଧ୍ୟରେ ତୁଳା ଲଗ୍ନରେ ନିର୍ଦ୍ଧାରଣ କରାଯାଇଛି । ଏହି ସମୟ ମଧ୍ୟରେ ପଶ୍ଚିମ ଓଡିଶାର ଇଷ୍ଟଦେବୀ ମା ସମଲେଶ୍ବରୀଙ୍କ ଠାରେ ନବାନ୍ନ ଲାଗି କରାଯିବ । ପରେ ସାରା ପଶ୍ଚିମ ଓଡ଼ିଶାବାସୀ ନବାନ୍ନ ଭକ୍ଷଣ କରିବେ । ସମ୍ବଲପୁର ବ୍ରହ୍ମପୁରା ମନ୍ଦିର ପରିସରରେ ବ୍ରହ୍ମ ପଣ୍ଡିତ ମହାସଭାଙ୍କ ଦ୍ବାରା ଏହି ଲଗ୍ନ ନିର୍ଦ୍ଧାରଣ ହୋଇଛି । ବୈଠକରେ ପଣ୍ଡିତ, ବିଦ୍ବାନ ଓ ଜ୍ୟୋତିର୍ବିଦ ମାନେ ଯୋଗଦେଇ ନୂଆଖାଇ ଲଗ୍ନ ନିର୍ଦ୍ଧାରଣ କରିଥିଲେ । ବ୍ରହ୍ମ ପଣ୍ଡିତ ମହାସଭାରେ ପାଞ୍ଜି ଦେଖିବା ପରେ ନୂଆଖାଇ ଲାଗି ଲଗ୍ନ ନିର୍ଦ୍ଧାରଣ ହୋଇଥିଲା । ସେହି ଲଗ୍ନ ପତ୍ରକୁ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ କମିଟି ସଦସ୍ୟ ଓ ମନ୍ଦିର ପୂଜକ ମା ସମଲେଶ୍ବରୀଙ୍କ ଠାରେ ଲଗ୍ନପତ୍ର ପ୍ରଦାନ କରାଯିବ ।
BREAKING NEWS
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC
- ଟାଟା ଷ୍ଟିଲ ଫ୍ରେଣ୍ଡସିପ୍ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ: ମିଡିଆ 11 ଟିମ୍ ଚମ୍ପିୟାନ

Comments are closed.