ନୂଆଦିଲ୍ଲୀ: ଫାଇଜ୍ ଟିକାକୁ ମିଳିଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଗ୍ରୀନ ସିଗନାଲ୍ । ଫାଇଜର-ବାୟୋଏନଟେକ୍ ଦ୍ୱାରା ବିକଶିତ କରୋନା ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ମଞ୍ଜୁରୀ ଦେଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ପ୍ରଥମ ଟିକା ଭାବେ WHO ପକ୍ଷରୁ ଏହି ଟିକାକୁ ଅନୁମୋଦନ ମିଳିଛି । ଫାଇଜର ଟିକାର ମାନ, ନିରାପତ୍ତା ଓ ଫଳପ୍ରଦତାର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ WHO ଅନୁମତି ଦେଇଥିବା ଘୋଷଣା କରିଛି ।


ଫାଇଜରକୁ WHO ଅନୁମତି ଦେଇଥିବାରୁ ଅନେକ ଦେଶରେ ଏହାର ବିତରଣ ପାଇଁ ଅନୁମତି ମିଳିପାରେ । ପୂର୍ବରୁ ଆମେରିକା, ବ୍ରିଟେନ, ବାହାରିନ, କାନାଡ଼ା ଭଳି ଦେଶ ଫାଇଜର ଟିକାର ଜରୁରିକାଳୀନ ବ୍ୟବହାରକୁ ଅନୁମତି ଦେଇଥିଲେ । ଆମେରିକା ଓ ବ୍ରିଟେନରେ ଫାଇଜର ଟିକାକରଣ ବି ହୋଇଛି । ତେବେ ଏହି ଟିକାକୁ ମାଇନସ ୭୦ରୁ ୯୦ ଡିଗ୍ରୀ ମଧ୍ୟରେ ରଖିବାକୁ ପଡ଼ିବ । ଏଦିଗରେ ଅନେକ ଦେଶ ଚ୍ୟାଲେଞ୍ଜ ସାମନା କରି ପାରନ୍ତି ।
BREAKING NEWS
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Comments are closed.