Latest Odisha News

BREAKING NEWS

ଭାରତର‌େ ଟିକା ମଞ୍ଜୁରୀ‌ ନିଷ୍ପତ୍ତିକୁ ସ୍ୱାଗତ ଜଣାଇଲା ‘ହୁ’

ନୂଆଦିଲ୍ଲୀ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ରବିବାର ଦିନ କୋଭିଡ-୧୯ ଟିକାର ଜରୁରୀକାଳୀନ ବ୍ୟବହାରକୁ ଅନୁମତି ଦେଇଥିବା ଭାରତର ନିଷ୍ପତ୍ତିକୁ ସ୍ୱାଗତ କରିଛି।

WHO ଦକ୍ଷିଣ-ପୂର୍ବ ଏସିଆ ଅଞ୍ଚଳର ଆଞ୍ଚଳିକ ନିର୍ଦ୍ଦେଶକ ଡ. ପୁନମ୍ ଖେତ୍ରପାଲ ସିଂ କହିଛନ୍ତି ଯେ କୋଭିଡ-୧୯ ଟିକାର ଜରୁରୀକାଳୀନ ବ୍ୟବହାର ଅନୁମତି ଦେଇଥିବା ଭାରତର ନିଷ୍ପତ୍ତିକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସ୍ୱାଗତ କରୁଛି।

ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ ଭି.ଜି ସୋମାନି ଦୁଇଟି କରୋନାଭାଇରସ୍ ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି, ଗୋଟିଏ ଆଷ୍ଟ୍ରା ଜେନେକା ଏବଂ ଅକ୍ସଫୋର୍ଡ ୟୁନିଭରସିଟି ଏବଂ ଅନ୍ୟଟି ସ୍ବଦେଶୀ କମ୍ପାନୀ ଭାରତ ବାୟୋଟେକ୍ ଦ୍ୱାରା ବିକଶିତ ହୋଇଛି।

Leave A Reply

Your email address will not be published.