Latest Odisha News

BREAKING NEWS

Naveen Patnaik: କାହିଁକି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ନବୀନ ପଟ୍ଟନାୟ, ସୋସିଆଲ ମିଡିଆରେ ଦେଲେ ପ୍ରତିକ୍ରିୟା

ଭୁବନେଶ୍ବର: ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାବେଳେ ନବୀନଙ୍କ ଦିଲ୍ଲୀ ଗସ୍ତ ନେଇ ଚର୍ଚ୍ଚା ଜୋର ଧରିଥିଲା। ତେବେ ଏହି କଳ୍ପନା ଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପକାଇଲେ ନବୀନ। ଉପ ରାଷ୍ଟ୍ରପତି ନିର୍ବାଚନ ସହ ତାଙ୍କ ଦିଲ୍ଲୀ ଗସ୍ତର କୌଣସି ସମ୍ପର୍କ ନାହିଁ। ଏହା ତାଙ୍କର ସମ୍ପୂର୍ଣ୍ଣ ବ୍ୟକ୍ତିଗତ।

କୌଣସି ରାଜ୍ୟସଭା ସାଂସଦମାନଙ୍କୁ ମଧ୍ଯ ଭେଟିବାର ନାହିଁ ନବୀନ ପଟ୍ଟନାୟକ। ନବୀନଙ୍କ ଦିଲ୍ଲୀ ଗସ୍ତକୁ ନେଇ ଚାଲିଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଛେଦ ଟାଣିଛନ୍ତି ନିଜେ ନବୀନ ପଟ୍ଟନାୟକ। ଗତକାଲି ଏକ୍ସରେ ବିରୋଧୀ ଦଳ ନେତା କହିଛନ୍ତି ମୁଁ କିଛିଦିନ ପାଇଁ ଦିଲ୍ଲୀ ଆସିଛି, କିଛି ସାମାଜିକ ପ୍ରତିବଦ୍ଧତା ପାଇଁ। ନବୀନଙ୍କ ଏହି ପ୍ରତିକ୍ରିୟା ଆସିବା ପରେ ନବୀନଙ୍କ ଦିଲ୍ଲୀ ଗସ୍ତ ସହ ଉପ ରାଷ୍ଟ୍ରପତି ନିର୍ବାଚନ ନେଇ ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପଡିଛି ।

କିନ୍ତୁ ଉପ ରାଷ୍ଟ୍ରପତି ନିର୍ବାଚନରେ ବିଜେଡ଼ିର ଆଭିମୁଖ୍ୟ କଣ ହେବ ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି । ଆଉ ଗୋଟିଏ ଦିନ ପରେ ପଡ଼ିବ ଉପରାଷ୍ଟ୍ରପତି ନିର୍ବାଚନ ଭୋଟ୍ । ଏବେ ପର୍ଯ୍ୟନ୍ତ ଏହି ନିର୍ବାଚନରେ ବିଜେଡି କାହାକୁ ସମର୍ଥନ ଦେବ, ସେନେଇ କିଛି ବି ସ୍ପଷ୍ଟ ହେଇନି । ଅନ୍ୟପଟେ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ ପୂର୍ବରୁ ପ୍ରଥମ ବୈଠକ କରିଛନ୍ତି। ନବୀନ ନିବାସରେ ବସିଥିଲା ବିଜେଡି ରାଜନୈତିକ ବ୍ୟାପାର କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ। ନବୀନ ଦଳକୁ ପରିଚାଳନା କରିବା, ଦଳର ରଣନୀତିକୁ ଦିଗ ଦେବା ଓ ନୀତି ନିର୍ଦ୍ଧାରଣ କରିବା ନେଇ ଏହି ବୈଠକରୁ ବଡ଼ ବାର୍ତ୍ତା ଦେଇଛନ୍ତି । ଦଳର ଯୁବ, ଛାତ୍ର ଓ ମହିଳା ସଂଗଠନକୁ ଆହୁରି କିପରି ସୁଦୃଢ କରାଯିବ ଏବଂ ତୃଣମୂଳ ସ୍ତରରେ ଦଳକୁ ମଜବୁତ କରିବା ପାଇଁ ପିଏସି ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ ।

Comments are closed.