ଭୁବନେଶ୍ୱର: ୟେସ୍ ବ୍ୟାଙ୍କରେ କାହିଁକି ଜଗନ୍ନାଥଙ୍କ ଟଙ୍କା ଜମା ହୋଇଥିଲା । ଏହି ପ୍ରଶ୍ନକୁ ନେଇ ଏବେ ଚାରିଆଡେ ଚର୍ଚ୍ଚା ଜୋର୍ ଧରିି । ଏହାରି ଭିତରେ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ । ଅଧିକ ସୁଧ ଆଶାରେ ୟେସ୍ ବ୍ୟାଙ୍କରେ ଟଙ୍କା ଜମା କରାଯାଇଥିବା ନେଇ କହିଛନ୍ତି ଅର୍ଥମନ୍ତ୍ରୀ ।
ଶ୍ରୀମନ୍ଦିର ଟଙ୍କା ରଖିବାକୁ ମୋଟ ୧୨ଟି ବ୍ୟାଙ୍କ ପ୍ରସ୍ତାବ ଦେଇଥିଲା । କିନ୍ତୁ ୟେସ୍ ବ୍ୟାଙ୍କ ସର୍ବାଧିକ ୮.୬୧ ପ୍ରତିଶତ ସୁଧ ଦେବାକୁ ପ୍ରସ୍ତାବ ଦେଇଥିବାରୁ ଜଗନ୍ନାଥ ଟଙ୍କା ଏଥିରେ ଜମା କରାଯାଇଥିଲା । ଜଗନ୍ନାଥଙ୍କ ଅର୍ଥ ଏହି ବ୍ୟାଙ୍କରେ ଗୋଟିଏ ବର୍ଷ ପାଇଁ ଜମା କରାଯାଇଥିଲା । ତେବେ ମାର୍ଚ୍ଚ ୫, ୨୦୨୦ ପୂର୍ବରୁ ୟେସ୍ ବ୍ୟାଙ୍କ ସହ କାରବାର ନ କରିବାକୁ କୌଣସି ସୂଚନା ଆସିନଥିଲା ବୋଲି ମନ୍ତ୍ରୀ କହିଛନ୍ତି । ଏଥିସହ ମନ୍ତ୍ରୀ କହିଛନ୍ତି ଯେ, ଜଗନ୍ନାଥ ମନ୍ଦିରର ପରିଚାଳନା କମିଟି ଦ୍ୱାରା ପରିଚାଳିତ ହୋଇଥାଏ । ଏଥିରେ ରାଜ୍ୟ ସରକାର ହସ୍ତକ୍ଷେପ କରନ୍ତି ନାହିଁ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।
BREAKING NEWS
- ‘MICE ଇନ୍ସେଣ୍ଟିଭ୍ ପୋର୍ଟାଲ୍’ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ;ନିବେଶ ଓ ଅନୁଭୂତିଭିତ୍ତିକ ଭ୍ରମଣକୁ ପ୍ରୋତ୍ସାହିତ କରିବ
- ମାତ୍ର ୫ଟି ବଞ୍ଚିଥିଲେ… , ଆଜି ୩୫୦ ହେବାରୁ ଏହି ଚଢ଼େଇ ଜିତିଲା ବାର୍ଡ ଅଫ୍ ଦି ଇୟର ଟାଇଟଲ
- ପୂର୍ବତନ ବିଧାୟକ ପ୍ରଣବଙ୍କ ଗାଡ଼ିକୁ ଟେକାମାଡ଼;ଦୃଢ କାର୍ଯ୍ୟାନୁଷ୍ଠାନ ଦାବି
- ଏସୀୟ କ୍ରୀଡ଼ା ୨୦୨୬:୨୪ ବର୍ଷ ପରେ ପୁରୁଷଙ୍କଠାରୁ ଆଗରେ ମହିଳା: ୪ଟି ଅଧିକ ସ୍ୱର୍ଣ୍ଣ ଜିତିଲେ, ହକିରେ ମିଳିଲା ଅଲମ୍ପିକ ଟିକେଟ୍
- ଏସୀୟ କ୍ରୀଡ଼ା ୨୦୨୬ ଶେଷ, ଉଦ୍ଯାପନୀ ସମାରୋହରେ ଜାତୀୟ ପତାକା ଉଡ଼ାଇଲେ ନୀରୁ ଢାଣ୍ଡା; କତାରକୁ ହସ୍ତାନ୍ତର ହେଲା ଓସିଏ ଫ୍ଲାଗ୍
- କୁକୁର କାମୁଡ଼ି ଏକ ବର୍ଷର ଶିଶୁକୁ କଲା ଲହୁଲୁହାଣ
- ରୋହିତ ଶର୍ମାଙ୍କୁ ସୁନୀଲ ଗାଭାସ୍କର ଦେଲେ ବଡ଼ ଟାର୍ଗେଟ
- ସେହ୍ୱାଗଙ୍କ ପୁଅଙ୍କୁ ପ୍ରଦାନ କରାଗଲା ଦିଲ୍ଲୀ ଟିମର ବଡ ଦାୟିତ୍ୱ
- ଇରାନୀ କପ୍: ଜାମ୍ମୁ-କାଶ୍ମୀରକୁ ହରାଇ ଚାମ୍ପିୟନ୍ ହେଲା ରେଷ୍ଟ ଅଫ୍ ଇଣ୍ଡିଆ
- ନୟାପଲ୍ଲୀ ଦୁଷ୍କର୍ମ ଘଟଣା:ମୁଖ୍ୟଅଭିଯୁକ୍ତଙ୍କ ୨ ସହଯୋଗୀ ଗିରଫ

Comments are closed.