Latest Odisha News

BREAKING NEWS

ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ: ଜାଣନ୍ତୁ କାହିଁକି ହୁଏ ପାଳନ

ଭୁବନେଶ୍ୱର: ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏହା ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା । ନୂଆଁଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ ( ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ ।

ଏହା ନୂଆଁଖାଇ ପରବ ନାମରେ ଜଣାଶୁଣା । ଧାନ ଅମଳର ଖୁସିରେ ଚାଷୀମାନେ ଏହାକୁ ପାଳନ କରିଥାନ୍ତି । ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ । ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସହଳ ଆମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରଥାଏ। ଚାଷୀ ପ୍ରଥମକରି ଆମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କ ଠାରେ ସମର୍ପଣ କରିବା ହିଁ ନବାନ୍ନ ଭକ୍ଷଣ । ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ନୂଆଁଖାଇ କୁହାଯାଏ । ଏଥି ନିମନ୍ତେ ଆଗରୁ “ଲଗନ” ବା “ତିଥି” ନିର୍ଣ୍ଣୟ କରି ପୂଜା ଆଦି ସହ ଆରିସା ପିଠା ଆଦିର ଭୋଗ କରାଯାଇଥାଏ ।

ଏହା ସମଗ୍ର ଓଡ଼ିଶାରେ ବିଶେଷ କରି ଓଡ଼ିଶାର ପଶ୍ଚିମାଞ୍ଚଳ ଜିଲ୍ଲାସମୂହରେ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ । ଦେଶର ବିଭିନ୍ନ ଅଞ୍ଚଳରେ ତଥା ବିଦେଶରେ ରହୁଥିବା ପଶ୍ଚିମ ଓଡ଼ିଶାର ଲୋକ ନବାନ୍ନ ଦିନ ଘରେ ଉପସ୍ଥିତ ହେବାକୁ ଚେଷ୍ଟା କରିଥାନ୍ତି, ଯେଉଁମାନେ ନିଜ ଭିଟାମାଟିକୁ ଆସି ନ ପାରନ୍ତି, ସେମାନେ ନିଜେ ରହୁଥିବା ଜାଗାରେ ନୂଆଖାଇ ପାଳନ କରିଥାନ୍ତି ।

Leave A Reply

Your email address will not be published.