Latest Odisha News

BREAKING NEWS

ନନ୍ଦନକାନନରେ ପଶିଲେ ଜଙ୍ଗଲୀ ହାତୀ, ପର୍ଯ୍ୟଟକଙ୍କ ପ୍ରବେଶ ଉପରେ ଲାଗିଲା କଟକଣା

ବାରଙ୍ଗ: ନନ୍ଦନକାନନରେ ପଶିଲେ ଦୁଇ ଜଙ୍ଗଲୀ ହାତୀ । ଜିରାଫ ଘୁଆଡ ପଛ ପାଖରେ ଏହି ଦୁଇ ହାତୀ ଥିବା ସନ୍ଦେହ କରାଯାଉଛି । ଯାହାଫଳରେ ପର୍ଯ୍ୟଟକଙ୍କୁ ନନ୍ଦନକାନନରେ ପ୍ରବେଶ ପାଇଁ ବାରଣ କରାଯାଇଛି ।

ମଙ୍ଗଳବାର ରାତିରେ ଦୁଇଟି ଜଙ୍ଗଲୀ ହାତି ନନ୍ଦନକାନନ ଭିତରେ ପଶିଛନ୍ତି । ଜଙ୍ଗଲୀ ହାତୀ ଦୁଇଟି ନନ୍ଦନକାନନରେ ଥିବା ଜିରାଫ ଖୁଆଡ଼ ପଛପାଖେ ଲୁଛିଥିବାର ସନ୍ଦେହ କରାଯାଉଛି । ଯାହାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ତୁରନ୍ତ ପଦକ୍ଷେପ ନେଇଛନ୍ତି ।

ବୁଧବାର ସକାଳ ଠାରୁ ନନ୍ଦନକାନନ ଭିତରକୁ ପର୍ଯ୍ୟଟକଙ୍କୁ ପ୍ରବେଶ ଉପରେ କଟକଣା ଲଗାଇଛନ୍ତି । କୌଣସି ଲୋକଙ୍କୁ ନନ୍ଦନକାନନ ଭିତରକୁ ଛଡାଯାଉନାହିଁ । ଦୁଇଟି ଜଙ୍ଗଲୀ ହାତୀକୁ କିପରି ନନ୍ଦନକାନନ ଭିତରୁ ବାହାର କରାଯିବ , ସେନେଇ ଯୋଜନା କରୁଛନ୍ତି କର୍ତ୍ତୃପକ୍ଷ ।

Comments are closed, but trackbacks and pingbacks are open.