Latest Odisha News

BREAKING NEWS

ପ୍ରବଳ ଜାଡ଼ ପରେ ଆସୁଛି ବର୍ଷା

ଭୁବନେଶ୍ବର : ପ୍ରବଳ ଜାଡରେ ଥରୁଛି ସାରା ଓଡ଼ିଶା । ଅସହ୍ୟ ଶୀତରେ ଅସ୍ତବ୍ୟସ୍ତ ହେଲାଣି ଜନଜୀବନ । ଶୀତ ବଢୁଥିବା ବେଳେ, ଏବେ ଜାଡ ପରେ ଆସୁଛି ବର୍ଷା । ଶୀତ ଓ କୋହଲା ପାଗରେ ଅସ୍ତବ୍ୟସ୍ତ ହେବ ଜନଜୀବନ । ଆସନ୍ତା ୨୭ ତାରିଖରେ ରାଜ୍ୟରେ କୋହଲା ପାଗ ସାଙ୍ଗକୁ ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ ଓ କେନ୍ଦୁଝର ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ସେହିପରି ୨୮ ତାରିଖରେ ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଦେବଗଡ, ସମ୍ବଲପୁର, ବରଗଡ ଏବଂ ସୁନ୍ଦରଗଡର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ । ଦୁଇ ଦିନ ପରେ ବୃଦ୍ଧି ପାଇବ ତାପମାତ୍ରା । ସ୍ବାଭାବିକ ଠାରୁ ୨ରୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଗତ ୨୪ ଘଣ୍ଟା ମଧ୍ୟରେ ୬.୫ ଡିଗ୍ରୀ ସହ ଫୁଲବାଣୀ ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଥିଲା ।

Leave A Reply

Your email address will not be published.