Latest Odisha News

BREAKING NEWS

Odisha Winter: ପୁଣି ରାଜ୍ୟକୁ ଫେରିବ ଶୀତ, ୩ ଡିଗ୍ରୀ କମିବ ତାପମାତ୍ରା

ଭୁବନେଶ୍ବର: ପୁଣି ରାଜ୍ୟକୁ ଫେରିବ ଶୀତ। ବାତ୍ୟା ଡିଟୱାର ସିଧା ସଳଖ ପ୍ରଭାବ ଓଡ଼ିଶା ଉପରେ ପଡିବ ନାହିଁ। ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି ଓ କୋରାପୁଟର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ।

ସେହିପରି ଆଜି ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ଶୁଖିଲା ପାଗ ରହିବା ସହ ଘନ କୁହୁଡ଼ି ହେବ।

ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, ସୁନ୍ଦରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବର୍ତ୍ତମାନ ରାଜ୍ୟରେ ଶୀତର ପ୍ରଭାବ କମ ଥିବା ବେଳେ ଆଗାମୀ ୨ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ପରେ ୨ ରୁ ୩ ଡିଗ୍ରୀ ସେଲସିୟସ ତାପମାତ୍ରା କମିବା ସହ ପୁଣି ଶୀତ ବଢ଼ିବ ।

Leave A Reply

Your email address will not be published.